ଆନ୍ଧ୍ର ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱ ଭୂଷଣ ହରିଚନ୍ଦନ

Jul 27, 2019 - 06:35
 162
ଭୁବନେଶ୍ୱର, ୨୪/୭(ସକାଳଖବର): ଓଡିଶା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ବୁଧବାର ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି । ସେଠାକାର ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ୱାଇ.ଏସ୍. ଜଗନମୋହନ ରେ‡ି , ଆନ୍ଧ୍ର ବିଧାନସଭା ବାଚସ୍ପତି ତାମିନେନି ସୀତାରାମ , ତେଲୁଗୁ ଦେଶମ୍ ପାର୍ଟି ମୁଖ୍ୟ ଏନ୍ .ଚନ୍ଦ୍ରବାବୁ ନାଇଡୁ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ ଗତ ୧୬ ତାରିଖରେ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ କରାଯିବା ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଶ୍ରୀ ହରିଚନ୍ଦନ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ ନୀଳମଣି ରାଉତରାୟ, ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ କାଳରେ ସେ ଶିଳ୍ପ, ରାଜସ୍ୱ, ଆଇନ ଓ ଖାଦ୍ୟ ଯୋଗାଣ ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଥିଲେ । ୧୯୮୦ରୁ ୧୯୮୮ ଯାଏ ସେ ରାଜ୍ୟ ବିଜେପି ସଭାପତି ଦାୟିତ୍ୱରେ ରହିଥିଲେ ।