ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ୨୮.୯୫ କୋଟି ଟଙ୍କାର ୧୦୭୭ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ମଂଜୁରୀ
ଭୁବନେଶ୍ୱର,୧/୮(ସକାଳଖବର): ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ୬ଟି ଜିଲ୍ଲାର ୬ଟି ବ୍ଲକ୍ ର ୧୨୨ଟି ପଂଚାୟତ ପାଇଁ ୨୮.୯୫ କୋଟି ଟଙ୍କାରେ ୧୦୭୭ଟି ପ୍ରକଳ୍ପକୁ ମଂଜୁର କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗଂଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ର ୨୩ଟି ପଂଚାୟତ ପାଇଁ ୫.୭୫ କୋଟି ଟଙ୍କାରେ ୧୨୩ଟି ପ୍ରକଳ୍ପକୁ ମଂଜୁର କରିଛନ୍ତି । ସେହିପରି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ ର ୨୫ଟି ପଂଚାୟତ ପାଇଁ ୬.୧୫ କୋଟି ଟଙ୍କାରେ ୧୭୮ଟି ପ୍ରକଳ୍ପ , କଟକ ଜିଲ୍ଲା ବାରଙ୍ଗ ବ୍ଲକ୍ ର ୧୬ଟି ପଂଚାୟତ ପାଇଁ ୪.୩୫ କୋଟି ଟଙ୍କାରେ ୨୩୮ଟି ପ୍ରକଳ୍ପ , କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁଲ୍ୱ୍କ୍ ର ୨୪ଟି ପଂଚାୟତ ପାଇଁ ୪.୪୦ କୋଟି ଟଙ୍କାରେ ୨୫୨ଟି ପ୍ରକଳ୍ପ , ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ର ୨୦ଟି ପଂଚାୟତ ପାଇଁ ୪.୭୫ କୋଟି ଟଙ୍କାରେ ୧୬୯ଟି ପ୍ରକଳ୍ପ ଓ ସୋନପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ୍ ର ୧୪ଟି ପଂଚାୟତ ପାଇଁ ୩.୫୫ କୋଟି ଟଙ୍କାରେ ୧୧୭ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମଂଜୁରୀ ଦେଇଛନ୍ତି ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପରିଷଦର ସଦସ୍ୟ , ସାଂସଦ ,ବିଧାୟକ , ମୁଖ୍ୟ ଶଶସନ ସଚିବ ,ଉନ୍ନୟନ କମିଶନର , ବିଭିନ୍ନ ବିଭାଗର ଅଧିକାରୀ , ଜିଲ୍ଲାପାଳଓ ପଂଚାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।