ଆସୁଛି ଲଘୁଚାପ: ୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

Apr 3, 2022 - 05:12
 88
ଆସୁଛି ଲଘୁଚାପ: ୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା
ଭୁବନେଶ୍ବର: ପୁଣି ଆସୁଛି ଏକ ଲଘୁଚାପ। ୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ମିଳିଥିବା ସୂଚନା ଅନୁଯାୟୀ, ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ପରବର୍ତୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ଏଯାଏ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରାଯାଇନାହିଁ। ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, କିଛି ଦିନ ତଳେ ଭାରତୀୟ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ମାର୍ଚ୍ଚ ୧୬ ସକାଳ ୩ଟା ସୁଦ୍ଧା ଏହା ଦକ୍ଷିଣ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା।