ସେପ୍ଟେମ୍ବର ୩୦ରେ ମମତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର

Sep 4, 2021 - 11:15
 69
ସେପ୍ଟେମ୍ବର ୩୦ରେ ମମତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର
ନୂଆଦିଲ୍ଲୀ: ଆସନ୍ତା ୩୦ରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ଆଜି ନିର୍ବାଚନ କମିଶନ ପଶ୍ଚିମବଙ୍ଗର ଭବାନୀପୁର ସମେତ ସମସେରଗଞ୍ଜ ଓ ଜଙ୍ଗିପୁର ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଏଠାରେ ସେପ୍ଟେମ୍ବର ୩୦ରେ ଭୋଟ ଗ୍ରହଣ ହେବ ଓ ଅକ୍ଟୋବର ୩ରେ ରେଜଲ୍ଟ ପ୍ରକାଶ ପାଇଛି। ଓଡ଼ିଶାର ପିପିଲିରେ ମଧ୍ୟ ୩୦ ତାରିଖରେ ଉପ ନିର୍ବାଚନ ଅନୁଷ୍ଠିତ ହେବ ବୋଲି କମିଶନ ଘୋଷଣା କରିଛନ୍ତି। ବିଧାନସଭା ନିର୍ବାଚନ ବେଳେ ମମତା ନନ୍ଦିଗ୍ରାମ ନିର୍ବାଚନରେ ଲଢ଼େଇ କରି ହାରି ଯାଇଥିଲେ। ଏହାସତ୍ତ୍ୱେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ନିୟମ ଅନୁସାରେ ତାଙ୍କୁ ଏହି ପଦ ବଜାୟ ରଖିବାକୁ ହେଲେ ୬ ମାସ ମଧ୍ୟରେ ବିଧାନସଭାକୁ ନିର୍ବାଚିତ ହେବାକୁ ପଡ଼ିବ।