୨୨ରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ

Sep 19, 2021 - 06:58
 177
୨୨ରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ
ଭୁବନେଶ୍ୱର: ମାଲକାନଗିରି ଓ ସୁନ୍ଦରଗଡ଼ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ତାରିଖରେ ବଲାଙ୍ଗିର ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ପ୍ରାୟ ୩୦୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଆସନ୍ତା ୨୨ତାରିଖରେ ବଲାଙ୍ଗିର ଗସ୍ତରେ ଯାଇ ୩ଟି ସ୍ଥାନରେ କାର୍ୟ୍ୟକ୍ରମରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟିଟିଲାଗଡ଼,ପାଟଣାଗଡ଼ ଓ ବଲାଙ୍ଗିରରେ ମଧ୍ୟ ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେଇ ଭୁବନେଶ୍ୱର ଫେରିବେ ବୋଲି ଜଣାପଡ଼ିଛି। ଟିଟିଲାଗଡ଼ରେ ବିଜୁ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତବେଳେ ପ୍ରାୟ ୩୦୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ହେବାର କାର୍ୟ୍ୟକ୍ରମ ରହିଛି। ସୁନ୍ଦରଗଡ଼ ଭଳି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମକୁ ବିଭିନ୍ନ ବ୍ଲକ ମୁଖ୍ୟାଳୟରେ ସିଧାସଳଖ ପ୍ରସାରଣ ହେବ ଓ ମନ୍ତ୍ରୀମାନେ ସେଠାରେ ସାଧାରଣ ଲୋକମାନଙ୍କ ସହ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।