୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

Apr 20, 2022 - 10:03
 50
୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ସମଗ୍ର ରାଜ୍ୟରେ ବିଗତ ତିନିଦିନ ଧରି ଅସହ୍ୟ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୧ ତାରିଖ ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୩ଟି ବଜ୍ରପାତ, ବର୍ଷା ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି। ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଂଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୩ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।