ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

Apr 12, 2024 - 17:20
 74
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

ସକାଳ ଖବର :କଟକ : ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୯ ବର୍ଷ ହୋଇଥିଲା। ଗତକାଲି ରାତି ୧୨ଟା ୧୫ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ କମଳା ଦାସଙ୍କର ପରଲୋକ ହୋଇଛି।

ବାଲେଶ୍ବର ଜିଲ୍ଲା ଭୋଗରାଇର ତିନି ଥରର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସ ଦୀର୍ଘ ଦିନ ହେବ ଫୁସଫୁସ ଜନିତ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଗତ ଦୁଇ ସପ୍ତାହ ତଳେ ସେ ଭୁବନେଶ୍ୱର ସହିଦନଗର ସ୍ଥିତ ବାସଭବନରେ ଅସୁସ୍ଥ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ନିଆଯାଇଥିଲା। ଏହାପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକ ସୂଚନା ଦେଇଛନ୍ତି।