ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

Feb 22, 2023 - 09:39
 41
ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନରେ ଦ୍ୱିତୀୟ ଦିନରେ ବି ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ପୁଣି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରି ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ଗୃହ ମଧ୍ୟ ଭାଗକୁ ଆସି ବିରୋଧୀ ହୋହଲ୍ଲା ଓ ନାରାବାଜି କରିଥିଲେ। ଫଳରେ ଗୃହ କାର୍ଯ୍ୟ ଚାଲିବା ଅସମ୍ଭବ ହୋଇପଡିଥିଲା। ଶେଷରେ ବାଚସ୍ପତି ପୂର୍ବାହ୍ନ ୧୧.୩୦ ଯାଏ ମୁଲତବୀ ଘୋଷଣା କରିଥିଲେ।