ଆଜି ରାଜ୍ୟରେ ୪୨୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୫୨ ଜଣ ଓ ସ୍ଥାନୀୟ ସଂକ୍ରମଣ ୧୭୬ ରହିଛି । ସୂଚନା ଓ ଳୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳରୁ ୫, ବାଲେଶ୍ୱରରୁ ୧୮, ବରଗଡରୁ ୩, ଭଦ୍ରକରୁ ୧୦, କଟକରୁ ୪୬, ଦେବଗଡରୁ ୪, ଢେଙ୍କାନାଳରୁ ୩, ଗଞ୍ଜାମରୁ ୪,ଗଜପତିରୁ ୧, ଜଗତସିଂହପୁରରୁ ୨୦, ଯାଜପୁରରୁ ୨୧, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୭୯, ମାଲକାନାଗିରିରୁ ୧, ମୟୂରଭଞ୍ଜରୁ ୧୮, ନୟାଗଡରୁ ୮, ନୂଆପଡାରୁ ୪, ପୁରୀରୁ ୧୫, ରାୟଗଡରୁ ୪, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୬ ଓ ରାଜ୍ୟପୁଲରୁ ୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୭୨,୬୧ ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ୫୫ ଜଣ ପିଲା ରହିଛନ୍ତି ବୋଲି ସୂଚନା ମିଳିଛି ।
ଏହା ସହିତ ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮୧୦୪କୁ ବୃଦ୍ଧି ହୋଇଛି ଓ ୬୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଓ ଆକ୍ଟିଭ କେସ ୬୨୯୦ ରହିଛି ।