ଆଜି ହୀରାକୁଦ ଡ୍ୟାମରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ

Jul 18, 2022 - 04:50
 46
ଆଜି ହୀରାକୁଦ ଡ୍ୟାମରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ
ସମ୍ବଲପୁର: ଆଜି ହୀରାକୁଦ ଡ୍ୟାମରୁ ଛଡ଼ାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ପୂର୍ବାହ୍ନ ୧୧ଟା ବେଳେ ଖୋଲାଯିବ ହୀରାକୁଦ ଗେଟ୍ । ପ୍ରଥମ ପର୍ୟ୍ୟାୟରେ ୫ଟି ଗେଟ୍ ଖୋଲାଯିବ । ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯିବ । ଏହା ଫଳରେ ମହାନଦୀ ଓ ତାର ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା ରହିଛି । ହୀରାକୁଦ ଡ୍ୟାମ୍‌ର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ପରେ ଜଳସ୍ତର ବୃଦ୍ଧି ପାଇଛି । ଆଜି ଡ୍ୟାମର ଜଳପତ୍ତନ ୬୧୩.୦୮ ଫୁଟ୍ ରହିଛି । ତେବେ ଡ୍ୟାମ୍ ଭିତରକୁ ୧ ଲକ୍ଷ ୩୫ ହଜାର ୧୪୧ କ୍ୟୁସେକ୍ ପାଣି ପ୍ରବେଶ କରୁଥିବାବେଳେ ୩୯ ହଜାର ୩୪୮ କ୍ୟୁସେକ୍ ପାଣି ନିଷ୍କାସନ କରାଯାଉଛି । ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଛି ।ଏହାକୁ ନଜରରେ ରଖି ଆଜି ଗେଟ୍‌ ଖୋଲାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ।