ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Sep 19, 2021 - 06:57
 60
ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଓଡ଼ିଶା ଉପକୂଳ ଆଡ଼କୁ ଗତି କରୁଛି । ଏହାର ପ୍ରଭାବରେ ଆଜି ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବିଜୁଳି ଘଡ଼ ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଜି ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ସମେତ ୧୨ଟି ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୦ ତାରିଖରେ ଆଭ୍ୟନ୍ତରିଣ ଓଡ଼ିଶାର ୮ଟି ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।