ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ତାତି

Apr 11, 2022 - 05:39
 47
ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ତାତି
ଭୁବନେଶ୍ୱର: ରାଜ୍ୟର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢିଚାଲିବ । ବିଶେଷ କରି ଆସନ୍ତା ୪ ଦିନ ପର୍ୟ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । ସେପଟେ ରାଜ୍ୟରେ ଏବେ କାଳବୈଶାଖୀ ସକ୍ରିୟ ରହିଛି । ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି । ୧୪ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳ ବୈଶାଖୀ ବର୍ଷା ସମ୍ଭାବନା ରହିଛି । ତେବେ ବର୍ତ୍ତମାନ ଓଡ଼ିଶା ଉପରେ ପାଣିପାଗର କୌଣସି ନିୟାମକ ନ ଥିବାରୁ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରା ବଢିବ । ତେବେ ଉପକୂଳ ଓଡ଼ିଶାରେ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ହେଉଥିବାରୁ ତାପମାତ୍ରା ସାମାନ୍ୟ କମ୍ ରହିବ । ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୩୮ ଡିଗ୍ରୀ ପର୍ୟ୍ୟନ୍ତ ଯାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।