ଆମିକସକ୍ୟୁରୀଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ରତ୍ନଭଣ୍ଡାର ସାନି ସ୍ଥିତି ସମ୍ପର୍କରେ ଅବଗତ କରାଅ

Aug 24, 2022 - 06:27
 49
ଆମିକସକ୍ୟୁରୀଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ରତ୍ନଭଣ୍ଡାର ସାନି ସ୍ଥିତି ସମ୍ପର୍କରେ ଅବଗତ କରାଅ
କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ମାମଲାର ଶୁଣାଣି କରି ସାନି ସ୍ଥିତି ସମ୍ପର୍କରେ ଅବଗତ କରାଇବାକୁ ଆମିକସକ୍ୟୁରୀଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆମିକସକ୍ୟୁରୀ ଶ୍ରୀମନ୍ଦିର ଗ୍ରସ୍ତ କରି ସ୍ଥିତି ଅନୁଧ୍ୟାନ କରିବେ । ଏହାପରେ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସତ୍ୟପାଠ ମାଧ୍ୟମରେ କୋର୍ଟଙ୍କୁ ଅବଗତ କରାଇବେ । ତେବେ ଏନେଇ କୋର୍ଟଙ୍କ ଠାରୁ କେଉଁ ପ୍ରକାର ନିର୍ଦ୍ଦେଶ ଆବଶ୍ୟକ, ତାହା ସତ୍ୟପାଠରେ ଉଲ୍ଲେଖ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଶ୍ରୀମନ୍ଦିର ସୁରକ୍ଷା ନେଇ ୨୦୧୮ ମସିହାରେ ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା । ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ମାସ ୧୮ ତାରିଖକୁ ଧାର୍ୟ୍ୟ କରାଯାଇଛି । ଗତ ୨୦୧୮ ମସିହାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଭିତର ରତ୍ନଭଣ୍ଡାର ଖୋଲାଯିବା ନେଇ ସରକାରଙ୍କ ପକ୍ଷରୁ ଯୋଜନା ହୋଇଥିଲା । ହେଲେ ରତ୍ନଭଣ୍ଡାର ଚାବି ହଜିଯାଇଥିବା ଜିଲ୍ଲାପାଳ ସୂଚନା ଦେବା ପରେ ଭିତର ରତ୍ନଭଣ୍ଡାର ଖୋଲାଯାଇ ପାରି ନଥିଲା କିମ୍ବା ସ୍ଥିତି ମଧ୍ୟ ଯାଞ୍ଚ ହୋଇପାରି ନଥିଲା । ବର୍ତ୍ତମାନ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ ପୁଣି ଚର୍ଚ୍ଚାକୁ ଆସିଛି ।