ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ବିକାଶ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

Jul 23, 2018 - 17:47
 122
ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ବିକାଶ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୩/୭ (ସକାଳଖବର): ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ବିକାଶ ପାଇଁ ଏକ ଚିଠା ନୀତି ପ୍ରସ୍ତୁତ କରାଯିବ । ଏଥିପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି । ଏମ.ଏସ.ଏମ.ଇ ବିଭାଗର ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଶିଳ୍ପ ମନ୍ତ୍ରୀ ଅନନ୍ତ ଦାସ ସଭ୍ୟ ରହିଥିଲା ବେଳେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଏହାର ଆବାହକ ଅଛନ୍ତି । ଏହି ଚିଠା ନୀତି ସମ୍ପର୍କରେ ରିପୋର୍ଟ ଏକମାସ ଭିତରେ ଦେବା ପାଇଁ କମିଟିକୁ କୁହାଯାଇଛି