ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା ହକିକୁ କହିଲେ ଅଲବିଦା

Sep 30, 2021 - 10:26
 62
ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା ହକିକୁ କହିଲେ ଅଲବିଦା
ଭୁବନେଶ୍ୱର : ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ରହିଥିବା ଓଡ଼ିଆ ପୁଅ ବୀରେନ୍ଦ୍ର ଲାକା ଅନ୍ତର୍ଜାତୀୟ ହକିକୁ ଅଲବିଦା କହିଛନ୍ତି। ବୀରେନ୍ଦ୍ର ତତ୍କାଳ ପ୍ରଭାବରେ ହକିରୁ ସନ୍ନ୍ୟାସ ନେବାକୁ ଘୋଷଣା କରିଛନ୍ତି। ୩୧ ବର୍ଷୀୟ ଲାକ୍ରା ୨୦୧ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ବୀରେନ୍ଦ୍ରଙ୍କ ସନ୍ନ୍ୟାସ ନେଇ ହକି ଇଣ୍ଡିଆ ଟ୍ୱିଟ୍ କରି ସୂଚନା ଦେଇଛି। ଲାକ୍ରା ଭାରତୀୟ ହକି ଟିମର ଷ୍ଟାର୍ ଡିଫେଣ୍ଡର ଥିଲେ। ସେ ଦୁଇଥର ଭାରତ ପକ୍ଷରୁ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିଛନ୍ତି। ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତୀୟ ଦଳ ପାଇଁ ଖେଳିଥିବା ବେଳେ ୨୦୧୬ରେ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିଲେ ହେଁ ଆହତ କାରଣରୁ ଖେଳି ନଥିଲେ। ତେବେ ୨୦୨୧ ଟୋକିଓ ଅଲିମ୍ପିକ୍ସ ପାଇଁ ତାଙ୍କୁ ଭାରତୀୟ ଦଳରେ ସାମିଲ୍‌ କରାଯାଇଥିଲା। ସେ ମଧ୍ୟ ଅଲିମ୍ପିକ୍ସରେ ଭାରତୀୟ ଦଳର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତି ପାଇଥିଲେ। ଟୋକିଓରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ଜିତି ୪୧ ବର୍ଷର ଖାଲି ସ୍ଥାନ ପୂରଣ କରିଥିଲା।