ଓଡ଼ିଶାରେ ଜୁନିୟର ପୁରୁଷ ହକି ବିଶ୍ୱକପ୍

Sep 23, 2021 - 14:36
 64
ଓଡ଼ିଶାରେ ଜୁନିୟର ପୁରୁଷ ହକି ବିଶ୍ୱକପ୍
ଭୁବନେଶ୍ୱର : ଓଡ଼ିଶା ହକିପ୍ରେମୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ହକିର ହବ ଭାବେ ପରିଚୟ ପାଇଥିବା ଓଡ଼ିଶା ଚଳିତ ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ୍ ଆୟୋଜନ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ଯାଏ କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍ ଅନୁଷ୍ଠିତ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱକପ୍ ଟ୍ରଫି ଓ ଲୋଗୋ ଉନ୍ମୋଚିତ କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଓଡ଼ିଶାରେ ହକି ଜୁନିୟର ବିଶ୍ୱକପ୍ ଆୟୋଜନ ହେବା ନେଇ ସୂଚନା ମିଳିଥିଲା। କାରଣ ଆୟୋଜନ ପାଇଁ ପ୍ରଥମେ ଗୌହାଟୀ ଦୌଡ଼ରେ ଥିଲା। ଏହା ପରେ ଓଡ଼ିଶା ଓ ଲକ୍ଷ୍ନୌ ସାମିଲ୍‌ ହୋଇଥିଲା। ଏବେ ଓଡ଼ିଶା ଏହି ବିଶ୍ୱକପ୍ ଆୟୋଜନ ପାଇଁ ଦାୟିତ୍ୱ ପାଇଛି। ଏହା ପୂର୍ବରୁ ମଧ୍ୟ ଓଡ଼ିଶାରେ ସିନିୟର ପୁରୁଷ ହକି ବିଶ୍ୱକପର ସଫଳ ଆୟୋଜନ କଳିଙ୍ଗ ଷ୍ଟାଡିୟମରେ ହୋଇସାରିଛି। ୨୦୧୮ରେ ଆୟୋଜିତ ସିନିୟର ପୁରୁଷ ହକି ବିଶ୍ୱକପରେ ବେଲଜିୟମ ଚାମ୍ପିୟନ୍ ହୋଇଥିଲା।