ଓଡ଼ିଶାରେ ପଶିଲା ‘ଓମିକ୍ରନ’, ୨ ଆକ୍ରାନ୍ତ ଚିହ୍ନଟ

Dec 21, 2021 - 05:40
 91
ଓଡ଼ିଶାରେ ପଶିଲା ‘ଓମିକ୍ରନ’, ୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଓଡ଼ିଶାରେ ପଶିଲା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ବିଦେଶରୁ ଫେରିଥିବା ଓଡ଼ିଶାର ଦୁଇ ଜଣ ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଜଣଙ୍କ ଜିନୋମ୍‌ ସିକ୍ୱେନ୍ସିଂରୁ ଓମିକ୍ରନ୍‌ ଭୂତାଣୁ ଚିହ୍ନଟ ହୋଇଛି। ଏନେଇ ଆଇଏଲ୍‌ସ ପକ୍ଷରୁ ସୂଚନା ମିଳିଛି। ଦୁଇ ଆକ୍ରାନ୍ତଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରି ନାହିଁ। ତେବେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିିର ଥିବା ଜଣାପଡିଛି। ପୂର୍ବରୁ ସମଗ୍ର ଦେଶରେ ଓମିକ୍ରନ୍‌ ଭାରିଏଣ୍ଟ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା। ଏପରିକି ଓମିକ୍ରନ୍‌ ଆକ୍ରାନ୍ତ ଦେଶରୁ ଫେରୁଥିବା ଯାତ୍ରୀଙ୍କ ପାଇଁ ଆର୍‌ଟିପିସିଆର୍‌ ଟେଷ୍ଟକୁ ବାଧ୍ୟତା ମୂଳକ କରାଯାଇଥିଲା। ସେମାନଙ୍କ ସବିଶେଷ ଡାଟା ରାଜ୍ୟ ସରକାର ରଖିବା ସହ ସେମାନଙ୍କ ଉପରେ କଡା ନଜର ରଖାଯାଇଥିଲା। ଏହା ସତ୍ତ୍ୱେ ରାଜ୍ୟରେ ୨ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି।