କାଚିବ ଛେଚିବ

Sep 14, 2023 - 06:15
 48
କାଚିବ ଛେଚିବ
ଭୁବନେଶ୍ୱର: ଉତ୍ତର ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି । ଆସନ୍ତା ୨୪ଘଣ୍ଟାରେ ଏହା ଆହୁରି ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ୧୬ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଲାଗିରହିଛି । ଗୁରୁବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।