କାଲିଠୁ ପ୍ରବଳ ବର୍ଷା, ୧୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

Oct 15, 2021 - 08:49
 77
କାଲିଠୁ ପ୍ରବଳ ବର୍ଷା, ୧୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଆଜି ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡା