ଗଜପତିରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Feb 7, 2019 - 18:40
 182
ଗଜପତିରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭/୨(ସକାଳଖବର): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗଜପତି ଜିଲ୍ଲା ଗସ୍ତରେ ଯାଇ ମୋହନା, ନୂଆଗଡ଼, ଆର୍ ଉଦୟଗିରି ଏବଂ ରାୟଗଡ଼ ବ୍ଲକରେ ୮୦ କୋଟିରୁ ଉଦ୍ଧ୍ୱର୍ ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ୬୬ କୋଟି ଟଙ୍କା ମୂଲ୍ୟର ୧୨୯ଟି ପ୍ରକଳ୍ପର ଉଦଘାଟନ କରିଥିବା ବେଳେ ୧୪ କୋଟି ଟଙ୍କା ମୂଲ୍ୟର ୯୮ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଆର.ଉଦୟଗିରି ନିକଟ ଜିରାଙ୍ଗ ବୌଦ୍ଧ ମନ୍ଦିର ଯାଇଥିଲେ । ସେଠାରେ ଉପସ୍ଥିତ ବୌଦ୍ଧ ଭିକ୍ଷୁ ଓ ପ୍ରଶାସନିକ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଉତରୀୟ ଏବଂ ଫୁଲତୋଡା ଦେଇ ସ୍ୱାଗତ ଜଣାଇଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ବୌଦ୍ଧ ଧର୍ମାବଲମ୍ବୀଙ୍କ ସହ କଥା ହେବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହି ଅବସରରେ ଜିରାଙ୍ଗ ବୌଦ୍ଧ ମନ୍ଦିରରେ ଗୁରୁ ପଦ୍ମସମ୍ଭବଙ୍କ ପ୍ରତିମୂର୍ତି ଅନାବରଣ କରି ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା ।