ଗିରଫ ହେଲେ କୋଟିପତି ପ୍ରତାପ

Nov 10, 2021 - 10:38
 94
ଗିରଫ ହେଲେ କୋଟିପତି ପ୍ରତାପ
ଭୁବନେଶ୍ୱର ଶେଷରେ ଗିରଫ ହେଲେ ଓଡ଼ିଶା ପୁଲିସ୍‌ ହାଉସିଂ ଆଣ୍ଡ୍‌ ୱେଲ୍‌ଫେୟାର କର୍ପୋରେସନ(OPHWC)ର ଡେପୁଟି ମ୍ୟାନେଜର ପ୍ରତାପ ସାମଲ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ପ୍ରତାପ ସାମଲ ଓ ତାଙ୍କ ପତ୍ନୀଙ୍କ ନାଁରେ ମାମଲା ରୁଜୁ କରିଛି ଭିଜିଲାନ୍ସ। ପ୍ରତାପଙ୍କ ୧୪ କୋଟି ୮୭ ଲକ୍ଷର ଆୟ ବହିର୍ଭୂତ ସଂପତ୍ତି ଠାବ ହୋଇଛି। ଆୟଠାରୁ ୧୦୮୭ ଗୁଣ ଅଧିକ ସଂପତ୍ତି ଠାବ କହିଛି ଭିଜିଲାନ୍ସ।