ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା ପାଇଁ ପୋଲିସ ପ୍ରଶାସନର ପ୍ରସ୍ତୁତି

May 2, 2022 - 10:14
 71
ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା ପାଇଁ ପୋଲିସ ପ୍ରଶାସନର ପ୍ରସ୍ତୁତି
ପୁରୀ ୦୨।୦୫: ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା ପାଇଁ ପୋଲିସ ପ୍ରଶାସନର ପ୍ରସ୍ତୁତି। ଚନ୍ଦନ ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାକୁ ବିଭିନ୍ନ ଭାଗରେ ବିଭକ୍ତ କରାଯାଇଛି। ଭକ୍ତଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି। ଏଥିଲାଗି ୫ପ୍ଲାଟୁନ ଫୋର୍ସ, ଜଣେ ଅତିରିକ୍ତ ଏସପି, ୩ ସିଟି ଡିଏସପି ସହ ୬ ଆଇଆଇସି ମୁତୟନ ରହିବେ। ଏନେଇ ସୂଚନା ଦେଇଛନ୍ତି ପୁରୀ ଏସପି କନୱର ବିଶାଳ ସିଂ। ଖବର ଅନୁଯାୟୀ, ଆସନ୍ତାକାଲି ମାନେ ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନଯାତ୍ରା । ୪୨ ଦିନ ବ୍ୟାପୀ ଚାଲିଥାଏ ଏହାପ୍ରଭୁଙ୍କ ଏହି ଯାତ୍ରା । ତେବେ ଦୀର୍ଘ ୨ ବର୍ଷ ପରେ ଚନ୍ଦନଯାତ୍ରାରେ ଭକ୍ତଙ୍କୁ ସାମିଲ କରିବା ନେଇ ସୂଚନା ମଧ୍ୟ ମିଳିଛି ।ଯାହାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି । ସେପଟେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆଗାମୀ ରଥଯାତ୍ରା ଉପଲକ୍ଷେ ରଥକାଠ ଅନୁକୂଳ ହେବ । ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।