ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ମାମଲା:

Aug 20, 2018 - 14:57
 211
ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ମାମଲା:
କଟକ, ୨୦ା୮(ସକାଳଖବର): ଚିଲିକା ଓ ଭିତରକନିକା ଆର୍ଦ୍ରଭୂମୀ ସୁରକ୍ଷା ପ୍ରସଙ୍ଗରେ ସୋମବାର ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ ଜାଭେରୀ ଓ ଡକ୍ଟର ଜଷ୍ଟିସ ବି ଆର ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆମିକସକୁ୍ୟରୀ ମୋହିତ ଅଗ୍ରୱାଲାଙ୍କ ପକ୍ଷରୁ ଦାଖଲ ରିପୋର୍ଟ ଉପରେ ଆସନ୍ତା ୩ ତାରିଖରେ ଶୁଣାଣି ପାଇଁ କୋର୍ଟ ଧାର୍ଯ୍ୟ କରିଛନ୍ତି । ମାମଲାର ବିବରଣୀରୁ ପ୍ରକାଶ ଯେ, ଚିଲିକା ଓ ଭିତରକନିକା ଆର୍ଦ୍ରଭୂମୀ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ନିଦେ୍ର୍ଧଶକ୍ରମେ ହାଇକୋର୍ଟ ନିଜ ଆଡୁ ଏକ ମାମଲା ରୁଜୁ କରିଛନ୍ତି । ହାଇକୋର୍ଟ ରେଜିଷ୍ଟ୍ରାର(ଜୁଡିସିଆଲ) ଏହି ମାମଲା ରୁଜୁ କରିଥିବାବେଳେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା ଓ ଗଞ୍ଜାମ ଜିଲାପାଳଙ୍କୁ ସତ୍ୟପାଠ ଦାଖଲ କରିବା ପାଇଁ ନିଦେ୍ର୍ଧଶ ଦିଆଯାଇଥିଲା