ଜିଲ୍ଲାପାଳଙ୍କ ଗାଡି ଭାଙ୍ଗି ୯ ଗିରଫ

Apr 25, 2022 - 06:20
 58
ଜିଲ୍ଲାପାଳଙ୍କ ଗାଡି ଭାଙ୍ଗି ୯ ଗିରଫ
ବାରିପଦା: ମହଙ୍ଗା ପଡିଲା ମୟୂରଭଞ୍ଜ ଜିଲ୍ଲାପାଳଙ୍କ ଗାଡି ଭଙ୍ଗାରୁଜା ଘଟଣା । ଜିଲ୍ଲାପାଳଙ୍କ ଗାଡି ଭଙ୍ଗାରୁଜା ସହ ଜାତୀୟ ରାଜପଥ ଅବରୋଧ କରିବା ଅଭିଯୋଗରେ ୯ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ମୟୂରଭଂଜ ପୁଲିସ୍‌ । ମୟୁରଭଂଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ଜାତୀୟ ରାଜପଥର ସୌରୀ ଛକରେ ପଞ୍ଚାୟତ କାର୍ୟ୍ୟାଳୟର ନୂତନ କୋଠା ନିର୍ମାଣକୁ ବିରୋଧ କରି ରାସ୍ତାରୋକ ହୋଇଥିଲା । ସେହି ସମୟରେ ଜିଲ୍ଲାପାଳ ପରିବାର ସହ କୌଣସି ଏକ କାର୍ୟ୍ୟରେ ଯାଉଥିଲେ। ଜିଲ୍ଲାପାଳଙ୍କ ଗାଡ଼ି ଦେଖି ଲୋକେ ତାଙ୍କ ଗାଡିକୁ ଅଟକାଇଥିଲେ । ଜିଲାପାଳ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିବା ପୂର୍ବରୁ ଉପସ୍ଥିତ ଲୋକେ ସେଠାରେ ଗଣ୍ଡଗୋଳ କରିଥିଲେ । କିଛି ଦୁର୍ବୃତ୍ତଙ୍କ ଢେଲା ମାଡରେ ଜିଲ୍ଲାପାଳଙ୍କ ଗାଡିର କାଚ ଭାଙ୍ଗିଥିଲା । ଏହି ଘଟଣାରେ ପୁଲିସ୍‌ ଦୁଇଟି ପୃଥକ ପୃଥକ ମାମଲା ରୁଜୁ କରି ୯ ଜଣ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।