ଟ୍ୱିନ ସିଟିକୁ ବର୍ଷା ସତର୍କତା

Sep 12, 2021 - 07:42
 68
ଟ୍ୱିନ ସିଟିକୁ ବର୍ଷା ସତର୍କତା
ଭୁବନେଶ୍ୱର: କଟକ ଓ ଭୁବନେଶ୍ୱରରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୩ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ସମ୍ଭାବନା ରହିଛି । ଏହାସହ ଆକାଶରେ ମେଘୁଆପାଗ ଯୋଗୁଁ ଯାତାୟତରେ ସମସ୍ୟା ଦେଖାଯାଇପାରେ । ତେଣୁ ଏଭଳି ପାଗରେ ଯଥାସମ୍ଭବ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି । ପ୍ରକାଶ ଯେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନିଭୂତ ହେଉଛି । ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ଆଜି ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଆସନ୍ତା ୧୪ ତାରିଖ ଯାଏଁ ସବୁଦ୍ର ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।