ଡାକ ବିଭାଗ ତରଫରୁ ଦୀନ ଦୟାଲ ସ୍ପର୍ଶ ଯୋଜନା – ୨୦୧୮

Jul 20, 2018 - 13:50
 130
ଡାକ ବିଭାଗ ତରଫରୁ ଦୀନ ଦୟାଲ ସ୍ପର୍ଶ ଯୋଜନା – ୨୦୧୮
ଭୁବନେଶ୍ୱର,୨୦/୭ : କୃତି ପ୍ରତିଯୋଗୀଙ୍କୁ ବାର୍ଷିକ ୬ ହଜାର ଟଙ୍କା ଛାତ୍ରବୃତି ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡାକ ଟିକଟ ସଂଗ୍ରହ ରୁଚିକୁ ପ୍ରୋତ୍ସାହନ ପ୍ରଦାନ କରିବା ପାଇଁ ଡାକ ବିଭାଗ ଦୀନ ଦୟାଲ ସ୍ପର୍ଶ ଯୋଜନା – ୨୦୧୮ ନାମକ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛି । ଷଷ୍ଠରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଯେଉଁ ମେଧାବୀ ଛାତ୍ରମାନଙ୍କର ଡାକ ଟିକଟ ସଂଗ୍ରହରେ ରୁଚି ରହିଥିବ ସେମାନେ ଏହି ପ୍ରତିଯୋଗିତାରେ ଭାଗ ନେଇପାରିବେ । ଏହି ପ୍ରତିଯୋଗିତାକୁ ୨ ଭାଗରେ ବିଭକ୍ତ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ଡାକ ଟିକଟ ସମ୍ପର୍କିତ ଏକ କୁଇଜ ପ୍ରତିଯୋଗିତା ହେବ । ଦ୍ୱିତୀୟ ପର୍ଯ୍ୟାୟରେ ପ୍ରତିଯୋଗୀମାନଙ୍କୁ ଡାକ ଟିକଟ ସଂଗ୍ରହ ସମ୍ପର୍କିତ ପ୍ରକଳ୍ପ ଉପସ୍ଥାପନ କରିବାକୁ ପଡିବ । ଏହି ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୬ ହଜାର ଟଙ୍କା ବୃତି ପ୍ରଦାନ କରାଯିବ । ପ୍ରତିଯୋଗିତା ପାଇଁ ଆବେଦନ କରିବାର ଶେଷ ତାରିଖ ୧୬ ଅଗଷ୍ଟ ୨୦୧୮ ରଖାଯାଇଛି । ପ୍ରତିଯୋଗୀମାନେ ସୂଚନା ପାଇଁ ମୁଖ୍ୟ ଡାକ ମହାପ୍ରବନ୍ଧକ, ଭୁବନେଶ୍ୱର, ଡାକ ମହାପ୍ରବନ୍ଧକ ସଙ୍କଲପୁର ଓ ବ୍ରହ୍ମପୁର ଏବଂ ନିକଟସ୍ଥ ଡାକ ବିଭାଗର ଅଧୀକ୍ଷକ ଓ ବରିଷ୍ଠ ଅଧୀକ୍ଷକଙ୍କୁ ଯୋଗାଯୋଗ କରିପାରିବେ । ପ୍ରତିଯୋଗିତା ସମ୍ପର୍କିତ ବିସ୍ତୃତ ତଥ୍ୟ ଡାକ ବିଭାଗର ୱେବସାଇଟ୍ odishapost.gov.inରେ ଉପଲ୨ ।