ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

Dec 12, 2021 - 07:57
 59
ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର: ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ତାରାତାରିଣୀଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ହେଲିପ୍ୟାଡରେ ଅବତରଣ କରିବା ପରେ ମୁଖ୍ୟମନ୍ତ୍ରୀ ପ୍ରଥମେ ସିଧା ତାରାତାରିଣୀ ପୀଠକୁ ଯାଇ ମା’ଙ୍କ ଦର୍ଶନ କରିଥିଲେ । ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ତାରାତାରିଣୀରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ମନ୍ଦିରର ମୁଖ୍ୟ ପୂଜକ ମୁଖ୍ୟମନ୍ତ୍ରୀଙ୍କୁ ମା’ଙ୍କ ଓଢ଼ଣୀ ପ୍ରଦାନ କରିଥିଲେ । ମା’ଙ୍କ ଦର୍ଶନ ସହ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ ନବୀନ । ତାରାତାରିଣୀ ପୀଠର ବିକାଶ କାର୍ୟ୍ୟ ଜାରି ରହିଛି । ଏହା ୨୦୨୩ରେ ଶେଷ ହେବ । ମୁଖ୍ୟମନ୍ତ୍ରୀ ଏହି ଉନ୍ନୟନ କାର୍ୟ୍ୟ ଅନୁଧ୍ୟାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ତାରାତାରିଣୀ ପୀଠରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ଏହି ଅବସରରେ ୫ଞ ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ ।