ତାଳଚେରରେ କୋଇଲା ବାଷ୍ପୀକରଣ ୟୁନିଟ ପ୍ରତିଷ୍ଠା ଲାଗି ଚୁକ୍ତି ସ୍ୱାକ୍ଷରିତ
ଭୁୁବନେଶ୍ୱର, ୧୭/୯(ସକାଳଖବର): ୟୁରିଆ ଏବଂ ଆମୋନିଆ ଉପôାଦନ ଲାଗି ତାଳଚେର ସାର କାରଖାନାରେ ଏକ କୋଇଲା ବାଷ୍ପୀକରଣ ୟୁନିଟ ଖୋଲିବା ନେଇ ଆଜି ଦିଲ୍ଲୀରେ ଏକ ଚୁକ୍ତି ସ୍ୱାକ୍ଷର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।
ଓଡିଶାର ଅନୁଗୁଳ ଜିଲ୍ଲାରେ ୧୩,୨୭୭ କୋଟି ଟଙ୍କା ନିବେଶ କରାଯାଇ ଜିଏଆଇଏଲ, ଆରସିଏଫ, ସିଆଇଏଲ ଓ ଏଫସିଆଇଏଲର ମିଳିତ ସହଭାଗୀତାରେ ଏହି କାରଖାନା ପ୍ରତିଷ୍ଠା କରାଯିବ । ଏହି କାରଖାନାରୁ ବାର୍ଷିକ ୧.୨୭ ମିଲିୟନ ମେଟ୍ରିକ ଟନ୍ ୟୁରିଆ ଓ ୦.୭୩ ମିଲିୟନ ମେଟ୍ରିକ ଟନ ଆମୋନିଆ ଉପôାଦିତ ହେବ । ମେସର୍ସ ଉହାନ ଇଞ୍ଜିନିୟରିଂ କୋ ଲିମିଟେଡ ତରଫରୁ ଏହି ପ୍ଲାଂଟ ପାଇଁ କୋଇଲା ବାଷ୍ପୀକରଣ ପ୍ରଯୁକ୍ତି ପ୍ରଦାନ କରାଯିବ ।
ଏହି ଅବସରରେ ନିଜର ବକ୍ତବ୍ୟ ରଖି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ ତାଳଚେର ସାର କାରଖାନା କୋଇଲା ବାଷ୍ପୀକରଣ ପ୍ରଯୁକ୍ତି ଆଧାରରେ ୟୁରିଆ ଓ ଆମୋନିଆ ଉପôାଦନ କରିବ ଯାହାକି ଭାରତର ବିକାଶ ଯାତ୍ରାରେ ଏକ ନୂତନ କିର୍ତୀମାନ ହେବ । ସେ କହିଲେ, ‚ଅଙ୍ଗାରକ ପରିମାଣ ହ୍ରାସ କରିବା ପାଇଁ ଭାରତ ସିଓପି୨୧ ନିକଟରେ ସମ୍ପୂର୍ଣ୍ଣ ଭାବେ ସଂକଳ୍ପବଦ୍ଧ
ଏବଂ କୋଇଲା ବାଷ୍ପୀକରଣ ପ୍ରଯୁକ୍ତି ଏ ଦିଗରେ ଏକ ପଦକ୍ଷେପ । ପୂର୍ବ ଭାରତରେ ବନ୍ଦ ହୋଇଯାଇଥିବା
ସମସ୍ତ ସାର କାରଖାନାକୁ ପୁଣିଥରେ ଚାଲୁ କରିବା ନେଇ ସରକାର ନିଷ୍ପତି ନେଇଥିବା ସେ ପ୍ରକାଶ କରିଥିଲେ ।
ପୂର୍ବାଂଚଳ ଗ୍ୟାସ ଗ୍ରୀଡ ପାଇଁ ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗାର କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି ଏବଂ ଏଥିରେ ଗୋରଖପୁର ଓ ବାରାଉନିକୁ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଖୁବଶୀଘ୍ର ସିନ୍ଦରିକୁ ଅନ୍ତର୍ଭୁକ୍ତ କରାଯିବ । ସାର ଉପôାଦନ ପାଇଁ ଏହି ପ୍ରକଳ୍ପରେ କୋଇଲା ଓ ପିଟକୋକର ବ୍ୟବହାର କରାଯିବ ବୋଲି ସେ କହିଥିଲେ । ଟିଏଫଏଲକୁ ପ୍ରଦାନ କରାଯାଇଥିବା ତାଳଚେର ଅଂଚଳର ଉତର ଅର୍ଖପାଳ ଖଣିର ଉତର ଭାଗରୁ ଏହି ପ୍ରକଳ୍ପ ପାଇଁ କୋଇଲା ଅଣାଯିବ ଏବଂ କ୍ୟାପ୍ଟିଭ ଖଣିର ବିକାଶ ପାଇଁ କାର୍ଯ୍ୟ ଆରମ୍ଭ ହୋଇସାରିଛି । ଏହି ପ୍ରକଳ୍ପ ପାଇଁ ପାରାଦୀପ ବିଶୋଧନାଗାରରୁ ପିଟକୋକ ଯୋଗାଇ ଦିଆଯିବ । ପରିବେଶ ଅନୁକୂଳ ପଦ୍ଧତିରେ ରାଜ୍ୟରେ ଉପଲବ୍ଧ ପ୍ରଚୁର କୋଇଲା ଏହି ପ୍ରକଳ୍ପ ପାଇଁ ଉପଯୋଗ କରାଯିବ ।
ଶ୍ରୀ ପ୍ରଧାନ କହିଲେ ଯେ ସିନଗ୍ୟାସ, ଡିଜେଲ, ମିଥାନଲ ଓ ପେଟ୍ରୋକେମିକାଲ ଭଳି ଉପôାଦ ପାଇଁ କୋଇଲାର
ବ୍ୟବହାର ଏହି ପ୍ରଯୁକ୍ତି ବିଦ୍ୟାର ସଫଳତା ପରେ ବୃଦ୍ଧି ପାଇବ । ଭାରତ ପ୍ରସଙ୍ଗରେ ଏକ ବିରାଟ ପରିବର୍ତନ
ଆଣିବାରେ ଏହି ପ୍ରକଳ୍ପ ପାଖରେ ସାମର୍ଥ୍ୟ ରହିଛି । ଏହାଫଳରେ ଶକ୍ତି ବ୍ୟତୀତ ଅନ୍ୟାନ୍ୟ କ୍ଷେତ୍ରରେ କୋଇଲାକୁ ପରିବେଶର ଶୁଦ୍ଧତା ରଖାଯାଇ ବ୍ୟବହାର କରାଯାଇ ପାରିବ । ଏହାଫଳରେ ୨.୩୮ଏମଏମଏସସିଏମଡି ପରିମାଣର ପ୍ରାକୃତିକ ଗ୍ୟାସର ଉପôାଦନ ହୋଇପାରିବ ଏବଂ ଏହାଦ୍ୱାରା ଏଲଏନଜି ଉପôାଦନ ଦେୟ ହ୍ରାସ ପାଇବ ।