ଦେଶରେ ୧୪୨୧ ସଂକ୍ରମିତ, ୧୪୯ ମୃତ
ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ଲଗାତାର ହ୍ରାସ ପାଉଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ମାତ୍ର ୧,୪୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ହେଲେ ଆଜି ପୁଣି ମୃତ୍ୟୁସଂଖ୍ୟା ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଓ ୧,୮୨୬ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଦେଶରେ ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ୧୬,୧୮୭ ଜଣ ସଂକ୍ରମିତ ରହିଛନ୍ତି । ଏହି କ୍ରମରେ ଦେଶର ଦୈନିକ ପଜିଟିଭ୍ ରେଟ୍ ମଧ୍ୟ ହ୍ରାସ ପାଇ ଏବେ ୦.୨୩%ରେ ପହଞ୍ଚିଛି । ଏଯାବତ୍ ଭାରତରେ ମୋଟ ୪,୨୪,୮୨,୨୬୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୧,୦୦୪ ଜଣ କୋରୋନାରେ ପ୍ରାଣ ହରାଇଛନ୍ତି । ସେହିପରି ସମୁଦାୟ ୧,୮୩,୨୦,୧୦,୦୩୦ କୋଟି ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯,୯୦, ୬୫୮ କୋଟି ଡୋଜ ଟିକା ନେଇଛନ୍ତି ଲୋକେ ।