ନବରଙ୍ଗପୁର ସୋରିଷପଦର ବସ୍ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଶୋକସନ୍ତପ୍ତ ପରିବାର ପ୍ରତି ଜଣାଇଲେ ସମବେଦନା

Feb 19, 2022 - 05:53
 80
ନବରଙ୍ଗପୁର ସୋରିଷପଦର ବସ୍ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଶୋକସନ୍ତପ୍ତ ପରିବାର ପ୍ରତି ଜଣାଇଲେ ସମବେଦନା
ଭୁବନେଶ୍ବର ୧୯।୨: ନବରଙ୍ଗପୁର ସୋରିଷପଦର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ନବରଙ୍ଗପୁର ଜିଲ୍ଲା ସୋରିଷପଦର ନିକଟରେ ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ବସ୍ ଦୁର୍ଘଟଣାରେ ସଂଖ୍ୟାଧିକ ପୋଲିସ କର୍ମଚାରୀ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରିଛନ୍ତି ।