ନବୀନଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ୩ ନୂଆ ମନ୍ତ୍ରୀ, କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ବିକ୍ରମ, ସୁଦାମ ଓ ଶାରଦା

May 22, 2023 - 05:19
 22
ନବୀନଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ୩ ନୂଆ ମନ୍ତ୍ରୀ, କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ବିକ୍ରମ, ସୁଦାମ ଓ ଶାରଦା
ଭୁବନେଶ୍ବର : ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି | ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି | ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ | ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।