ନଭେମ୍ବର ୧୫ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

Nov 10, 2021 - 14:21
 75
ନଭେମ୍ବର ୧୫ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ
ଭୁବନେଶ୍ୱର : ନଭେମ୍ବର ୧୫ ତାରିଖରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଇଁ ସ୍କୁଲ୍। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ। କୋଭିଡ୍ ଗାଇଡଲାଇନ ଆଧାରରେ ପାଠପଢ଼ା ହେବ ବୋଲି ଗଣ ଶିକ୍ଷା ମନ୍ତ୍ରୀ କହିଛନ୍ତି। ଏହା ପୂର୍ବରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲରେ ପାଠପଢ଼ା ଜାରି ରହିଛି। ଆଉ ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ ଖୋଲାଯାଇପାରେ ବୋଲି ସୂଚନା ମିଳିଥିଲା। ଶେଷରେ ଏହି ଦୁଇଟି ଶ୍ରେଣୀର ସ୍କୁଲ ଖୋଲିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଷଷ୍ଠ ଓ ସପ୍ତମ ଶ୍ରେଣୀର କ୍ଲାସ୍ ସକାଳ ୯.୩୦ ଟାରୁ ଦିନ ୧ଟା ଯାଏ ଖୋଲା ରହିବ। ପିଲାମାନେ ଚାହିଁଲେ ଅନଲାଇନ୍ ଓ ଅଫଲାଇନ୍ କ୍ଲାସ୍ କରିପାରିବେ ବୋଲି ଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି।