ପିପିଲିରୁ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ।

Mar 26, 2021 - 07:12
 207
ପିପିଲିରୁ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ।
ଭୁବନେଶ୍ବର/ପିପିଲି (ସକାଳଖବର)୨୬ ମାର୍ଚ୍ଚ୨୦୨୧: : ପିପିଲି ଉପ-ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଥିବାବେଳେ ଆଶ୍ରିତ ପଟ୍ଟନାୟକଙ୍କ ନାମରେ ମୋହର ଲାଗିଛି । ଏଥିସହ ପିପିଲିରେ ରାଜନୈତିକ ପାଣିପାଗ ସରଗରମ ହୋଇଛି ।ପିପିଲି ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ତାରିଖ ମାର୍ଚ୍ଚ ୩୦ ତାରିଖ ରହିଛି। ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବା ପୂର୍ବରୁ ବିଜେପି ଆଉ ପାଦେ ଆଗକୁ ବଢିଯାଇଛି । ଦଳ ଏଥର ଉପନିର୍ବାଚନରେ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି । ଏଥିସହ ଆଶ୍ରିତଙ୍କୁ ଆଗରେ ରଖି ଏଥର ବିଜେପି ପିପିଲି ଉପ ନିର୍ବାଚନ ଲଢିବ ବୋଲି ପକ୍କା ହୋଇଯାଇଛି । ଆଶ୍ରିତ ପଟ୍ଟନାୟକ ଗତ ସାଧାରଣ ନିର୍ବାଚନରେ ମଧ୍ୟ ପିପିଲରୁ ବିଜେପି ପ୍ରାର୍ଥୀ ହୋଇଥିଲେ । ହେଲେ ବିଜେଡି ନେତା ପ୍ରଦୀପ ମହାରଥୀଙ୍କଠାରୁ ସେ ହାରିଯାଇଥିଲେ । ସେତେବେଳେ କିନ୍ତୁ ସେ ପ୍ରଦୀପ ମହାରଥୀଙ୍କୁ କଡ୍ଡା ଟକ୍କର ଦେଇଥିଲେ । ତାଙ୍କୁ ପ୍ରାୟ ୭୨ ହଜାରରୁ ଅଧିକ ଭୋଟ୍ ମିଳିଥିଲା । ତେଣୁ ଏଥର ଉପ ନିର୍ବାଚନରେ ଦଳ ତାଙ୍କୁ ଆଗରେ ରଖି ନିର୍ବାଚନ ଜିତିବାକୁ ଲକ୍ଷ୍ୟ ରଖିଛି । ସୂଚନା ଥାଉ କି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏବେ ପିପିଲିରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଉଲ୍ଲେଖଯୋଗ୍ୟ ଯେ ନାମାଙ୍କନ ପତ୍ର ଦାଖଲ ଶେଷ ତାରିଖ ମାର୍ଚ୍ଚ ୩୦ ତାରିଖ ରହିଛି। ଏପ୍ରିଲ ୧୭ ତାରିଖରେ ବହୁ ଚର୍ଚ୍ଚିତ ଏହି ଆସନରେ ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ ଓ ମେ’ ୨ ତାରିଖରେ ଫଳାଫଳ ପ୍ରକାଶ ପାଇବ।