ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ !

Feb 9, 2022 - 05:04
 46
ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ !
ପୁରୀ: ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀରେ ଏକ କାର୍ୟ୍ୟକ୍ରମରେ ଯୋଗ ଦେବା ପାଇଁ ଆସିବେ ରାଷ୍ଟ୍ରପତି । ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ପୁରୀ ଆସିବେ । ତେବେ ଇସ୍କନର ପ୍ରତିଷ୍ଠାତା ଶ୍ରୀଲ ସିଦ୍ଧାନ୍ତ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ସେହିପରି ୨୦ ତାରିଖରେ ଏକ ବିଶେଷ ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ।ଏହାପରେ ସେହି ୨୦ ତାରିଖରେ ପ୍ରତ୍ୟାବର୍ତ୍ତନ କରିବେ । ରାଷ୍ଟ୍ରପତି ମଧ୍ୟ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଯିବାର କାର୍ୟ୍ୟକ୍ରମ ରହିଛି । ତେବେ ଏନେଇ ରାଷ୍ଟ୍ରପତିଙ୍କ କାର୍ୟ୍ୟାଳୟରୁ ବିସ୍ତୃତ ଗସ୍ତ ସୂଚୀ ଆସିବା ପରେ ଅଧିକ ସୂଚନା ଦିଆଯିବ ବୋଲି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।