ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର, ୧୨ ଓ ୧୩ରେ ବର୍ଷିବ

Sep 11, 2021 - 06:44
 75
ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର, ୧୨ ଓ ୧୩ରେ ବର୍ଷିବ
ଭୁବନେଶ୍ୱର: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୨ ଓ ୧୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣଉ ୧୨ତାରିଖରୁ ୧୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି ।