ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିଦେ୍ର୍ଧଶ

Aug 27, 2019 - 18:26
 98
ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିଦେ୍ର୍ଧଶ
ଭୁବନେଶ୍ୱର, ୨୭/୮(ସକାଳଖବର): ବନ୍ୟାଜନିତ କ୍ଷୟକ୍ଷତିର ରିପୋର୍ଟ ଦେବାପାଇଁ ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଧଶ ଦିଆଯାଇଥିଲା । କେତେକ ଜିଲ୍ଲାରୁ ରିପୋର୍ଟ ଆସିଛି । ବଲାଙ୍ଗୀର ଜିଲ୍ଲାରେ ଅଧିକ କ୍ଷୟକ୍ଷତି ହୋଇଛି ବୋଲି ରିପୋର୍ଟରୁ ଜଣାପଡିଥିବା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି । ଯେଉଁ ଜିଲ୍ଲାରୁ କ୍ଷୟକ୍ଷତି ରିପୋର୍ଟ ଆସିନାହିଁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ତୁରନ୍ତ ରିପୋର୍ଟ ପଠାଇବାକୁ କୁହାଯାଇଛି । ସବୁ ରିପୋର୍ଟ ହସ୍ତଗତ ହେବା ପରେ କ୍ଷତିପୂରଣ ଦିଆଯିବା ନେଇ ନିଷ୍ପତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।