ବର୍ଷା ପରିସ୍ଥିତିର ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

Aug 14, 2018 - 18:01
 162
ବର୍ଷା ପରିସ୍ଥିତିର ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ଭୁବନେଶ୍ୱର,୧୪/୮ (ସକାଳଖବର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ନେଇ ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଛନ୍ତି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଓ ଆସନ୍ତା କାଲି ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏହାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱାଧୀନତା ଦିବସ ପାଳନ ସ୍ଥଳରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରା ଯିବା ସହିତ ପରେଡରେ ଅଂଶଗ୍ରହଣ କରୁଥିବା ଛାତ୍ର ଛାତ୍ରୀ ମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ବିଶେଷ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ରାଜ୍ୟର ସବୁ ବଡ ବଡ ନଦୀର ଜଳ ପତନ ବର୍ତମାନ ବିପଦ ସଂକେତ ତଳେ ରହିଛି ବୋଲି ବୈଠକରେ ସୂଚନା ଦିଆ ଯାଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହା ନିର୍ଦେଶକ, ଉନ୍ନୟନ କମିଶନର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର, ବରିଷ୍ଠ ପୋଲିସ ଅଧିକାରୀ ଓ ପାଣିପାଗ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।