ବାତ୍ୟା ପାଇଁ ୧୧ ଜିଲ୍ଲାରେ ସ୍କୁଲ ବନ୍ଦ

Sep 26, 2021 - 07:51
 67
ବାତ୍ୟା ପାଇଁ ୧୧ ଜିଲ୍ଲାରେ ସ୍କୁଲ ବନ୍ଦ
ଭୁବନେଶ୍ୱର : ବାତ୍ୟା ଆଜି ସଂଧ୍ୟାରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଠାରେ ଲ୍ୟାଣ୍ଡଫଲ କରିବ । ଏଥିପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀରେ ଥିଲେବି ଭିଡ଼ିଓ କନଫେରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିଛନ୍ତି । ତେବେ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ୧୧ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ବୋଲି ସେ ସତର୍କ କରାଇ ଦେଇଥିଲେ ।