ବିଜୁ ବାବୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

Apr 17, 2022 - 06:35
 54
ବିଜୁ ବାବୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର: ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିବା ବେଳେ ବିଜୁ ବାବୁଙ୍କୁ ମନେ ପକାଇଛନ୍ତି । ନବୀନ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସଦାସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ । ସେ ଦେଖାଇଥିବା ମାର୍ଗରେ ଆଜି ଓଡ଼ିଶା ବିକାଶର ବିଭିନ୍ନ କ୍ଷତ୍ରରେ ଅଗ୍ରଗତି କରିଛି ବୋଲି ନବୀନ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି । ପ୍ରକାଶ ଯେ, ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସାରା ରାଜ୍ୟରେ ନିରାଡମ୍ବର ଭାବେ ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳନ କରାଯାଉଛି । ସମସ୍ତ ନିର୍ବାଚନ ମଣ୍ଡଳୀରେ ସକାଳ ୬ଟା ୩୦ରେ ତିଳ ତର୍ପଣ, ୭ଟା ୩୦ରେ ପ୍ରଭାତଫେରୀ କରାଯାଇଛି । ପରେ ସମୂହ ସଫେଇ ଅଭିଯାନ ଏବଂ ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ, ସ୍ମୃତି ସଭା ଓ ସନ୍ଧ୍ୟା ୫ଟାରେ ଦୀପ ଦାନ ସହ ସମୂହ ସଂକଳ୍ପ ନେବେ ବିଜେଡି ନେତା ଓ କର୍ମୀ । ଓଡ଼ିଶା ମୋ ପରିବାର ପକ୍ଷରୁ ପ୍ରତି ନିର୍ବାଚନ ମଣ୍ଡଳୀରେ ଜୀବନବିନ୍ଦୁ କାର୍ୟ୍ୟକ୍ରମ ଆୟୋଜନ କରାଯାଉଛି । ୧୫ଦିନ ଧରି ରକ୍ତଦାନ ଶିବିର ଚାଲିବ । ଆଜି ପ୍ରଥମ ଦିନରେ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ରହିଛି ।