ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ

Dec 10, 2021 - 07:39
 77
ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ
ଭୁବନେଶ୍ୱର: ଆଗମୀ ପଞ୍ଚାୟତ ନିର୍ବାଚନ ଥିବା ବେଳେ ଦଳ ଅଦଳବଦଳ ନୀତି ଆରମ୍ଭ ହୋଇଛି । ଏହାରି ମଧ୍ୟରେ ଆଜି ବିଜେଡିରେ ମିଶିଛନ୍ତି ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ତଳସରାର ପୂର୍ବତନ କଂଗ୍ରେସ ବିଧାୟକ ପ୍ରଫୁଲ୍ଲ ମାଝୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡିର ମିଶ୍ରଣ ପର୍ବରେ ବହୁ ସମର୍ଥକମାନଙ୍କ ସହ ସେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେ ଦଳରେ ମିଶିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରତାପ ଦେବ ଓ ପ୍ରୀତିରଞ୍ଜନ ଘଡ଼ାଇ ବି ଉପସ୍ଥିତି ଥିଲେ ।