ବିଜେଡିରେ ମିଶିଲେ ପ୍ରଦୀପ ସାହୁ

Nov 15, 2021 - 09:50
 65
ବିଜେଡିରେ ମିଶିଲେ ପ୍ରଦୀପ ସାହୁ
ଖୋର୍ଦ୍ଧା: ଗତ ନିର୍ବାଚନରେ ବେଗୁନିଆରୁ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇଥିବା ପ୍ରଦୀପ ସାହୁ ଆଜି ବିଜେଡିରେ ଯୋଗଦେଇଛନ୍ତି। ନିଜ ସମର୍ଥକଙ୍କ ସହ ବିଜେଡିର ମିଶିଛନ୍ତି ପ୍ରଦୀପ। ୨୦୧୯ ବିଧାନସଭା ନିର୍ବାଚନରେ ବେଗୁନିଆରେ କଂଗ୍ରେସ ପ୍ରାର୍ଥୀ ଭାବେ ସେ ୫୪ ହଜାରରୁ ଅଧିକ ଭୋଟ ପାଇଥିଲେ। ୨୦୧୪ ନିର୍ବାଚନରେ ଆମ ଓଡ଼ିଶା ପାର୍ଟିରୁ ପ୍ରାର୍ଥୀ ହୋଇ ୩୦ ହଜାରରୁ ଅଧିକ ଭୋଟ ପାଇଥିଲେ। ଗତକାଲି କଂଗ୍ରେସର ପ୍ରାଥମିକ ସଭ୍ୟ ଓ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ଉପସଭାପତି ପଦରୁ ଇସ୍ତଫା ଦେଇଥିଲେ ପ୍ରଦୀପ। ଆଜି ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରଦୀପ ଓ ତାଙ୍କ ସମର୍ଥକଙ୍କୁ ସ୍ୱାଗତ କରିଛନ୍ତି। ଏହି ମିଶ୍ରଣ ପର୍ବରେ ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତ ଥିଲେ। ଏକଦା ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଅନୁଗତ ଥିବା ପ୍ରଦୀପ ସାହୁ ନବେ ଦଶକରେ ସରପଞ୍ଚ ଭାବେ ରାଜନୀତିରେ ପାଦ ଥାପି ଥିଲେ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଥିବା ପ୍ରଦୀପ ସାହୁ କହିଛନ୍ତି।