ବିଜେପି ଟିମକୁ ଅଟକାଇଲା ପୁଲିସ

Apr 18, 2023 - 14:14
 22
ବିଜେପି ଟିମକୁ ଅଟକାଇଲା ପୁଲିସ
ଝାରସୁଗୁଡ଼ା: ସମ୍ବଲପୁର-ଝାରସୁଗୁଡ଼ା ଜିଲ୍ଲା ସୀମାନ୍ତ ଶ୍ରୀପୁରା ଛକରେ ବିଜେପି ଟିମକୁ ପୁଲିସ ରୋକିଥିବା ଜଣାଯାଇଛି। ଏହି ଟିମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ବରଗଡ଼ ସାଂସଦ ସୁରେଶ ପୂଜାରୀ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ବିଧାୟକ କୁସୁମ ଟେଟେ ଓ ଶଙ୍କର ଓରାମ ପ୍ରମୁଖ ସାମିଲ ଅଛନ୍ତି। ଅନ୍ୟପକ୍ଷରେ ଆଜି ପୁଣି ଥରେ ସମ୍ବଲପୁର ଜିଲ୍ଲାରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ ରହିବ। ସୋସିଆଲ୍‌ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲି ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ଆଜି ଦିନ ୧୦ଟାରେ ଇଣ୍ଟରନେଟ୍ ସେବା ଉପରେ ଲାଗିଥିବା କଟକଣା ସରୁଥିଲା । ଦୀର୍ଘ ୫ ଦିନ ଧରି ଇଣ୍ଟରନେଟ୍ ସେବାରୁ ସମ୍ବଲପୁରବାସୀ ବଞ୍ଚିତ ଥିବାରୁ ଆଜି କଟକଣା ହଟିବ ବୋଲି ଆଶା କରାଯାଉଥିଲା । ହେଲେ ଏହି ଅବଧିକୁ ଆଉ ୨୪ ଘଣ୍ଟା ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ । ଇଣ୍ଟରନେଟ୍ ସେବା ବନ୍ଦ ଥିବାରୁ ସମ୍ବଲପୁରବାସୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ସେପଟେ ସ୍ଥିତି ସୁଧୁରୁଥିବାରୁ ଅଧିକ କୋହଳ ହୋଇଛି କର୍ଫ୍ୟୁ । ଆଜିଠାରୁ ସକାଳେ ୬ଘଣ୍ଟା ଓ ଅପରାହ୍‌ଣରେ ଅଢ଼େଇ ଘଣ୍ଟା କୋହଳ କରାଯାଇଛି କଟକଣା । ସକାଳ ୭ଟାରୁ ସାଢ଼େ ଗୋଟାଏ ଓ ଅପରାହ୍ଣରେ ସାଢ଼େ ୩ଟାରୁ ୬ଟା ଯାଏ କର୍ଫ୍ୟୁ କୋହଳ କରାଯାଇଛି ।