ବିଧାନସଭା ସଚିବ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଶୀତଅଧିବେଶନ ଚାଲିଥିବାବେଳେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିଧାନସଭା ସଚିବ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଦାଶରଥୀ ଶତପଥୀଙ୍କ ସମେତ ତାଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଦାଶରଥୀଙ୍କ ବ୍ୟକ୍ତିଗତ ସଚିବ ବି କରୋନାରେ ଆକ୍ରାନ୍ତ ହୋଇଥିଲେ ।
ଅନ୍ୟପକ୍ଷରେ ରାଜ୍ୟରେ ୨୪ ଘଣ୍ଟାରେ ୧୯୫ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୨୪ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୮୦ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୦୯୫୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୯ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯୯ ଜଣ, ମୟୂରଭଞ୍ଜରୁ ୧୩ ଜଣ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଜଣ ଲେଖାଁଏ, ସମ୍ବଲପୁରରୁ ୮ ଜଣ, ଢ଼େଙ୍କାନାଳ ଓ ଯାଜପୁର ଜିଲ୍ଲାରୁ ୫ ଜଣ ଲେଖାଁଏ, ପୁରୀରୁ ୪ ଜଣ, ଅନୁଗୁଳ, ବାଲେଶ୍ବର, ବରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଗଜପତି, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇଛନ୍ତି ।