ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି

Apr 26, 2022 - 05:50
 49
ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ: ବୁଧବାର ଅପରାହ୍ନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ନ ପ୍ରାୟ ସାଢେ ୪ଟାରୁ ୩ ଘଣ୍ଟାରୁ ଉଦ୍ଧ୍ୱର୍ ସମୟ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ତେବେ ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଓ ଦର୍ଶନ କଟକଣା ସମୟ ଧାର୍ୟ୍ୟ ହେବ ।