ଭୁବନେଶ୍ୱରରୁ ଜୟପୁରକୁ ଉଡିବ ବିମାନ, ସପ୍ତାହକୁ ୩ ଥର

Oct 16, 2021 - 06:03
 66
ଭୁବନେଶ୍ୱରରୁ ଜୟପୁରକୁ ଉଡିବ ବିମାନ, ସପ୍ତାହକୁ ୩ ଥର
ଭୁବନେଶ୍ୱର ୧୬।୧୦: ଭୁବନେଶ୍ୱରରୁ ଜୟପୁରକୁ ଉଡିବ ବିମାନ । ଆସନ୍ତା ନଭେମ୍ବରରୁ ଜୟପୁରକୁ ସିଧାସଳଖ ଉଡିବ ବିମାନ । ଇଣ୍ଡିଗୋ ପକ୍ଷରୁ ଏହି ସେବା ଯୋଗାଇଦିଆଯିବ । ସପ୍ତାହକୁ ୩ ଥର ଚଳାଚଳ କରିବ ବିମାନ । ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଖବର ଅନୁଯାୟୀ, ସେପ୍ଟେମ୍ବର ୧୭ତାରିଖରେ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖି ମନ୍ଦିରମାଳିନୀ ସହର ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ସିଧା ବିମାନ ଚଳାଚଳା ନେଇ ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଉଭୟ ରାଜ୍ୟରେ ଅନେକ ମନ୍ଦିର ଓ ପର୍ଯ୍ୟଟନ ସ୍ଥାନ ରହିଛି । ତେଣୁ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକମାନଙ୍କ ସ୍ଵାର୍ଥ ଦୃଷ୍ଟିରେ ପଦକ୍ଷେପ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଥିଲେ। ଏବେ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ ରଖି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭୁବନେଶ୍ୱରରୁ ଜୟପୁରକୁ ବିମାନ ଚଳାଚଳ ପାଇଁ ଅନୁମତି ଦେଇଛନ୍ତି । ଆସନ୍ତା ନଭେମ୍ବର ୨ରୁ ଜୟପୁରକୁ ସିଧାସଳଖ ଉଡିବ ବିମାନ । ଇଣ୍ଡିଗୋ ପକ୍ଷରୁ ଏହି ସେବା ଯୋଗାଇଦିଆଯିବ । ସପ୍ତାହକୁ ୩ ଥର ଚଳାଚଳ କରିବ ବିମାନ । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।