ମନ୍ତ୍ରୀ ସୁଶାନ୍ତ ସିଂହ ୨ଟି ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ନିଯୁକ୍ତ

Sep 6, 2018 - 17:33
 171
ମନ୍ତ୍ରୀ ସୁଶାନ୍ତ ସିଂହ ୨ଟି ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ନିଯୁକ୍ତ
ଭୁବନେଶ୍ୱର,୬/୯(ସକାଳଖବର):ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହଙ୍କୁ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଏବଂ ବରଗଡ଼ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶ୍ରୀ ସିଂହଙ୍କୁ ଏହି ନିଯୁକ୍ତି ଦେଇଛନ୍ତି ବୋଲି ଦଳର ରାଜ୍ୟ ସଂପାଦକ ଶ୍ରୀ ବିଜୟ ନାୟକ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି ।