ମେହେନ୍ଦୀ ପୀରରେ ମୋକିମଙ୍କୁ ସମ୍ବର୍ଦ୍ଧନା

May 26, 2019 - 14:46
 158
କଟକ , ୨୬/୫(ସକାଳଖବର): ବାରବାଟୀ- କଟକର ନବନିର୍ବାଚିତ ବିଧାୟକ ମହମ୍ମଦ ମୋକିମଙ୍କ ପାଇଁ ଆଜି ମେହେନ୍ଦୀ ପୀର ମୋହଲା କମିଟି ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଯୋଗଦେଇ ସ୍ଥାନୀୟ ଅଞ୍ଚଳର ବିକାଶ ପ୍ରତି ଯଥାସମ୍ଭବ ପଦକ୍ଷେପ ଗ୍ରହଣ କରିବେ ବୋଲି ବିଧାୟକ ପ୍ରତିଶ୍ରୁତି ଦେବା ସହ ଏଦିଗରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।