ମୌସୁମୀ ଅଧିବେଶନ: ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ

Sep 1, 2021 - 05:51
 118
ମୌସୁମୀ ଅଧିବେଶନ: ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବୁଧବାର ଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । କୋଭିଡ କଟକଣା ମଧ୍ୟରେ ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରସ୍ତାବ ଆଗତ କରିଛନ୍ତି । ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଓ କାର୍ତ୍ତିକ ତରାଇଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ଅନ୍ୟ ଦିବଂଗତ ନେତାଙ୍କ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଣିଛନ୍ତି ।