ରାଜ୍ୟ ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ହେଲେ ରଘୁନାଥ ମହାନ୍ତି

May 24, 2018 - 16:45
 199
ରାଜ୍ୟ ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ହେଲେ ରଘୁନାଥ ମହାନ୍ତି
ଭୁବନେଶ୍ୱର: ବିଜୁ ଜନତା ଦଳ(ବିଜେଡି)ର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କୁ ରାଜ୍ୟ ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ପଦରେ ଗୁରୁବାର ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ ତାଙ୍କୁ ଏହି ନୂଆ ପଦରେ ନିଯୁକ୍ତି ଦେଇଛନ୍ତି। ଏଥି ସହିତ ତାଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିଛି। ଗତ ମାର୍ଚ୍ଚରେ ରଘୁନାଥଙ୍କୁ ବିଜେଡିର ଉପ-ସଭାପତି ଦାୟିତ୍ୱ ଦିଆଯାଇଥିଲା। ତାଙ୍କୁ ଢେଙ୍କାନାଳ ଜିଲ୍ଲା ବିଜେଡିର ପର୍ୟ୍ୟବେକ୍ଷକ ଭାବେ ଦାୟିତ୍ୱ ମଧ୍ୟ ଦିଆଯାଇଥିଲା।