ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

Dec 22, 2021 - 04:50
 94
ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟାରେ ୧୮୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୪୭ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ସୂଚନାନୁଯାୟୀ, ମୃତକ କେନ୍ଦ୍ରାପଡ଼ା ଜିଲ୍ଲାରୁ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୩୦୪୫ଜଣ ସୁସ୍ଥ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୮୭୫ଜଣ ସୁସ୍ଥ ହୋଇଛନ୍ତି ।